ଆଜି ସକାଳୁ ସକାଳୁ ସଡ଼କ ଦୁର୍ଘଟଣା ଘଟିଛି । ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ମାର୍ଲବା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ପୋଲିସ ଏହି ଘଟଣାର ତଦନ୍ତ ଜାରି କରିଛି ।
ସୂଚନା ଅନୁସାରେ, ମାର୍ଲବା ଘାଟିରେ ଇସ୍ପାତ ନାମକ ଏକ ଘରୋଇ ବସ୍ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଆସୁଥିଲା । ଏହି ସମୟରେ ଘାଟିରେ ବଡ଼ ପଥରକୁ ବସ୍ ପିଟିଥିଲା । ଏହି ଦୁର୍ଘଟଣାରେ ୭ ଆହତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି । ତୁରନ୍ତ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ଉଦ୍ଧାରକାରୀ ଦଳ ଓ ପୋଲିସକୁ ଖବର ଦେଇଥିଲେ । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛି ।
Social Footer