ଟ୍ରାଭେରା ସହିତ ଧକା ହେଲା ଟ୍ରକ, ଚାହୁଁ ଚାହୁଁ ଚାଲିଗଲା ୨ ଜୀବନ


ପୁରୀ ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଛତ୍ରଗଡ଼ ଛକରେ  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାଭେରାକୁ ଆଇରନ ବୋଝେଇ ଟ୍ରକ ପଛପଟୁ ଧକ୍କା ଦେବାରୁ ଡ୍ରାଇଭର ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ।

ସୂଚନା ଅନୁଯାୟୀ ଆଜି ଭୋର ସମୟରେ ଏକ ଟ୍ରଭେରା ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ଏକ ଆଇରନ ବୋଝେଇ ଟ୍ରକ ଆସି ଟ୍ରାଭେରାକୁ ପଛପଟୁ ଧକ୍କା ଦେଇଥିଲା।ଫଳରେ ଏହି ଦୁର୍ଘଟଣାରେ ଟ୍ରାଭେରା ଡ୍ରାଇଭର ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହା ସହ ପୋଲିସ ଟ୍ରାଭେରାରୁ ୨ ଲକ୍ଷ ଟଙ୍କା ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର  ଫେରାର ହୋଇଯାଇଛି।