ସିମେଣ୍ଟ ବୋଝେଇ ଟ୍ରକ୍ କୁ ପଛପଟୁ ଧକ୍କା ଦେଲା ବସ୍, ୨ ମୃତ ଓ ୧୩ରୁ ଅଧିକ ଆହତ


 ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଖବର ମୁତାବକ, କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଟି ସିମେଣ୍ଟ ବୋଝେଇ ଟ୍ରକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଆହତଙ୍କୁ ପ୍ରଥମେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ସେମାନଙ୍କ ମଧ୍ୟରୁ ୭ ଗୁରୁତରଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ବସରେ ୬୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିଲେ । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।