ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ'; ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା

 

ଶେଷରେ ରାଜନୀତି ରୁ ସନ୍ୟାସ ନେଲେ ଭି କେ ପାଣ୍ଡିଆନ | ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ପାଣ୍ଡିଆନ ଘୋଷଣା କରିଛନ୍ତି | ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ ର ପରାଜୟ ପାଇଁ ସେ କ୍ଷମା ମାଗିଛନ୍ତି। ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ଦୁଃଖ ପ୍ରକାଶ କରୁଛି। ବିଜୁ ପରିବାର ଓ କର୍ମୀମାନଙ୍କୁ କ୍ଷମା ମାଗୁଛି। ନବୀନ ପଟ୍ଟନାୟକଙ୍କ ସହାୟତା ପାଇଁ ରାଜନୀତିକୁ ଆସିଥିଲି।