ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁ ରେ ଥାନାରେ ଏତଲା

 

ପୁଣି ଅଡ଼ୁଆରେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ଗୋଟାଏ ପରେ ଗୋଟାଏ ବିବାଦରେ ଏବେ ପ୍ରଣବ । ପ୍ରଣବଙ୍କ ନାଁରେ ଏବେ ଥାନାରେ ଏତଲା । ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା । ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର ମହାନ୍ତି । ସତ୍ୟଙ୍କ ଅଭିଯୋଗ ,ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ୟ୍ୟ । 

ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ । ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ । ଏନେଇ ସେ କ୍ୟାପିଟାଲ ପୋଲିସ ଷ୍ଟେସନରେ ଏଫଆଇଆର ଦାଏର କରିଛନ୍ତି ।