ରଥଯାତ୍ରାରେ ଠେଲାପେଲା ଘଟଣା: ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

 

ଶ୍ରୀକ୍ଷେତ୍ରରେ ରଥଟଣା ବେଳେ ବଡ ଅଘଟଣ । ତାଳଧ୍ୱଜ ରଥ ଟଣା ବେଳେ ଅଣନିଶ୍ୱାସୀ ହୋଇ ଜଣେ ଶ୍ରଦ୍ଧାଳୁ ତଳେ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ପୁରୀ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯେଉଁ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଏହାସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । 

ରଥଯାତ୍ରା ସମ ସମୟରେ ଭିଡ଼ ଯୋଗୁ ବଲାଙ୍ଗିର ସଇଁତଳାର ଜଣେ ଶ୍ରଦ୍ଧାଳୁ ଲଳିତ ବାଗର୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃ ଦୁଃଖ ପ୍ରକାଶ କରିଛନ୍ତି । ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା ଣା କରିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି ଓ ଏଥିରେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ମାଗଣାରେ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।