Breaking News

ଘୂର୍ଣ୍ଣିବଳୟ ଓ ପଶ୍ଚିମା ଝଡ଼ ପ୍ରଭାବ, ଆଜିଠୁ ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

 

ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା। ୧୯ ତାରିଖରୁ ୨୧ ତାରିଖ ଯାଏଁ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ୨୦ ତାରିଖରୁ ଉତ୍ତର ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଓ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବାର ଅନୁମାନ କରାଯାଇଛି।

ଗତକାଲି ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜି ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ୨୦ରୁ ୨୩ ତାରିଖ ଯାଏ ଉତ୍ତର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ୪ ଦିନ ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜରେ ହାରାହାରି ୯୦ ମିମି ପର୍ଯ୍ୟନ୍ତ ବର୍ଷା ହେବ। ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳରେ ୩୦ ମିମି ଯାଏ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କେନ୍ଦ୍ରାପଡ଼ା ଓ କଟକରେ ୫ରୁ ୧୫ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଆଜି ଉତ୍ତର ଓଡ଼ିଶାରେ ବିକ୍ଷିପ୍ତ ହାଲୁକା ବର୍ଷା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଗାମୀ ଦୁଇ ଦିନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ। ଏହା ପରେ ତାପମାତ୍ରା ଓ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

whatsapp channel

Type and hit Enter to search

Close