Breaking News

ଆଜିଠୁ ତାତିରୁ ମିଳିବ ନିସ୍ତାର, ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା

 

ଆଜିଠୁ ୪ ଦିନ କାଳବୈଶାଖୀ ବର୍ଷା। ବିଜୁଳି ଓ ଘଡ଼ଘଡ଼ି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ଅପରାହ୍ଣରେ ମାଲକାନଗିରି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ିର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ।

ସେହିପରି ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରକୁ ହିଟୱେଭ ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି। ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତାକାଲି କାଳବୈଶାଖୀ ପାଇଁ ୭ ଜିଲ୍ଲା କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ସେହିପରି ବିଜୁଳି, ଘଡ଼ଘଡ଼ି ଓ ପବନ ପାଇଁ ୧୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ। ୨୯ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି। ଏହାପରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରୀ ସେଲସିୟସ ହ୍ରାସ ହୋଇପାରେ ।

Type and hit Enter to search

Close