Breaking News

ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା; ୮ ଜିଲ୍ଲାକୁ ଅରେଞ୍ଜ୍, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

 

ରାଜ୍ୟରେ ଗତ କିଛି ଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ, ଆଉ ୪ ଦିନ ଜାରି ରହିବ । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଜପତି ଓ ଗଞ୍ଜାମ । କାଳବୈଶାଖୀ ପ୍ରଭାବରେ ଏହି ୮ଟି ଜିଲ୍ଲାରେ ୫୦ରୁ ୬୦ ବେଗରେ ପବନ ବହିପାରେ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ ।

ସେହିପରି କାଳବୈଶାଖୀ ପାଇଁ ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଗାମୀ ୫ ଦିନରେ ଦିନ ତାପମାତ୍ରାରେ ବିଶେସ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପରବର୍ତ୍ତୀ ଦୁଇ ଦିନରେ ବିଭିନ୍ନ ଜିଲ୍ଲାରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିପାରେ ।

Type and hit Enter to search

Close