Breaking News

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍, ୨୦ ଆହତ


ବାଲେଶ୍ୱର ନୁଣିଆଯୋଡ଼ି ପୋଲ ନିକଟରେ ଘଟିଛି ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍ । ଫଳରେ ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୂଚନା ଅନୁସାରେ, ଯାତ୍ରୀବାହୀ ବସ୍  ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବାଲିଆପାଳରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା । ଏହି ସମୟରେ ବାଲେଶ୍ୱର ନୁଣିଆଯୋଡ଼ି ପୋଲରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ୨୦ରୁ ଊର୍ଦ୍ଧ୍ବ ଆହତ ହୋଇଥିଲେ ।

ଏନେଇ ସ୍ଥାନୀୟ ଲୋକେ ପୋଲିସ ଏବଂ ଉଦ୍ଧାରକାରୀ ଦଳକୁ ଖବର ଦେଇଥିଲେ । ଖବର ପାଇ, ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି କରିଛି । କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାହା ଅସ୍ପଷ୍ଟ ରହିଛି ।

Type and hit Enter to search

Close