Breaking News

ବଢିବ କାଳବୈଶାଖୀ ବର୍ଷାର ପ୍ରଭାବ: ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । ଆଜିଠୁ ବଢିବ କାଳବୈଶାଖୀ ବର୍ଷାର ପ୍ରଭାବ । ଫଳରେ ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବ । ଆଜି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ ଘଡ଼ିସହ କିଛି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।  ବର୍ଷା ହେଲେ ବି ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ବର୍ଷା ଯୋଗୁଁ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ପ୍ରାୟ ୪-୫ ଡିଗ୍ରୀ ସେଲସିୟସ ହ୍ରାସ ହୋଇଥିବାବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି । ୧୮ ତାରିଖ ପର୍ଯ୍ୟନ୍ତ ଏହି ଆଲର୍ଟ ଜାରି କରାଯାଇଛି ।  ସପ୍ତାହେ ଯାଏ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

Type and hit Enter to search

Close